ଆଜି ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ; ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଆଜି ହେଉଛି ଜନ୍ମ ଜୟନ୍ତୀ । ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ପୁରୀ ଜିଲ୍ଲାର ସାକ୍ଷୀଗୋପାଳ ଅନ୍ତର୍ଗତ ସୁଆଣ୍ଡୋ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଦିନଦରିଦ୍ରଙ୍କ ସେବାରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଗୋପବନ୍ଧୁ ଦାସ ଥିଲେ ଏକାଧାରାରେ ଜଣେ ଦେଶପ୍ରେମୀ, ସମାଜସେବୀ, ସଂଗଠକ, ସଂସ୍କାରକ ତଥା ସାହିତ୍ୟିକ ଥିଲେ ।ଆଜି ଏହି ପବିତ୍ର ଜନ୍ମ ଜୟନ୍ତୀ ଉପଲକ୍ଷେ ଗୋପବନ୍ଧୁ ଛକ ଓ ବିଧାନସଭା ପ୍ରାଙ୍ଗଣଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ବହୁ ବିଶିଷ୍ଟ ବ୍ୟକ୍ତି ମାଲ୍ୟାର୍ପଣ କରିଛନ୍ତି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଉପ ବାଚସ୍ପତି , ବହୁ ବିଧାୟକ ଏବଂ ପୂର୍ବତନ ବିଧାୟକଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ଅତିଥି ଉପସ୍ଥିତ ରହି ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଗୋପବନ୍ଧୁ ଛକ ସ୍ଥିତ ପ୍ରତିମୂର୍ତ୍ତିରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ , ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ , ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କ ବ୍ୟତୀତ ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

ଭୁବନେଶ୍ୱର ସ୍ଥିତ ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି। ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ବହୁ ବିଶିଷ୍ଟ ବ୍ୟକ୍ତି ମାଲ୍ୟାର୍ପଣ କରିଛନ୍ତି । ଆଇପିଆର୍‌ ସଂପାଦକ, ଆଇପିଆର୍‌ ନିର୍ଦ୍ଦେଶକ , ବୈଷୟିକ ନିର୍ଦ୍ଦେଶକ ଓ ଅନ୍ୟ ଅଫିସରମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Spread the love