ଖୁବଶୀଘ୍ର ମୁକ୍ତିଲାଭ କରିବ ଓଡିଆ ଫିଲ୍ମ ‘ତୁ ସେଇ ନୀଳ ନୟନା’

ନୂଆ ଓଡିଆ ଚଳଚ୍ଚିତ୍ର ତୁ ସେଇ ନୀଳ ନୟନା ର ଅଡିଓ ଏକ ଭିନ୍ନ ଅନ୍ଦାଜ ରେ ସିନେପଲିସ୍ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଥିଲା। ବଗନି ପଟ୍ଟନାୟକ ଫିଲ୍ମସର ପ୍ରଯୋଜକ ବିନି ପଟ୍ଟନାୟକ,ନିର୍ଦ୍ଦେଶକ ତ୍ରିପତୀ ସାହୁ,ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍ ଆନନ୍ଦ ,ଗୀତିକାର ବସନ୍ତରାଜ ସାମଲ,ସଂଳାପକାର ଡ‍ଃ ରଜନୀ ରଞ୍ଜନ ଓ ବରିଷ୍ଠ ପ୍ରଯୋଜକ ପ୍ରଦ୍ୟୁମ୍ନ ଲେଙ୍କା ଚଳଚ୍ଚିତ୍ରର ଅଭିନେତ୍ରୀ ଲିପିକା ସେନାପତି,ଅମର ମହାପାତ୍ର,ଓ ଉପଦେଷ୍ଠା ସଚ୍ଚିକାନ୍ତ ଜେନା ପ୍ରମୁଖ ଚଳଚ୍ଚିତ୍ରର ଲୋକାର୍ପଣ ଉତ୍ସବରେ ଉପସ୍ଥିତ ଥିଲେ । ବହୁତ ଜଲଦି ଓଡ଼ିଶାର ବିଭିନ୍ନ ପ୍ରେକ୍ଷାଳୟରେ ରିଲିଜ୍ ହେବାକୁ ଯାଉଛି ଭିନ୍ନ ଏକ ପ୍ରେମ କାହାଣୀ କୁ ନେଇ ଓଡିଆ ଫିଲ୍ମ ‘ତୁ ସେଇ ନୀଳ ନୟନା’ l ଜୀବନରେ ପ୍ରେମର ରଙ୍ଗ ସବୁବେଳେ ସତେଜ ହୋଇ ରହିବା ଦରକାର ନହେଲେ ଜୀବନର ଅର୍ଥ ବଦଳି ଯାଏ l ଆଉ ଆପଣଙ୍କ ଜୀବନରେ ସେ ପ୍ରେମର ରଙ୍ଗ ବୋଳିବାକୁ ଆସୁଛି ‘ତୁ ସେଇ ନୀଳ ନୟନା’ l ଫିଲ୍ମରେ ଓଡିଆ ମନୋରଂଜନ ଜଗତର ଅଫେରା କିମ୍ବଦନ୍ତୀ କଳାକାର ପିଣ୍ଟୁ ନନ୍ଦଙ୍କୁ ଦେଖିବେ ଏକ ନୂଆ ଅବତାରରେ l ବିନି ପଟ୍ଟନାୟକ ପ୍ରଯୋଜିତ ଏହି ଫିଲ୍ମର ସହ ପ୍ରଯୋଜକ ହେଉଛନ୍ତି ମୋହିତ ପଟ୍ଟନାୟକ l ଫିଲ୍ମର ମୁଖ୍ୟ ଊପଦେଷ୍ଟା ତ୍ରିନାଥ ପଟ୍ଟନାୟକ ଓ ଆଶାଲତା ପଟ୍ଟନାୟକ ହୋଇଥିବା ବେଳେ ଊପଦେଷ୍ଟା ଭାବରେ ମନସା ମୟୁରୀ, ବୃନ୍ଦାବନ ମିଶ୍ର, ସଞ୍ଜିତ ନାୟକ ଓ ମନୋଜ ସ୍ବାଇଁ ଅଛନ୍ତି ଓ ଏଥିରେ ବିଶେଷ ସହଯୋଗ କରିଛନ୍ତି ସଚ୍ଚିକାନ୍ତ ଜେନା l
ଦର୍ଶକଙ୍କୁ ନୂଆ ତଥା ଓଡିଆ ଛୁଙ୍କରେ ତିଆରି ପାରିବାରିକ ଫିଲ୍ମ ଦେବା ପାଇଁ ଆମେ ସମସ୍ତେ ଚେଷ୍ଟା କରିଛୁ | ଏକ ନିଆରା ଓ ଅଦ୍ଭୁତ କାହାଣୀ ଯାହାକୁ ନେଇ ନିର୍ମାଣ ହୋଇଛି ଫିଲ୍ମ “ତୁ ସେଇ ନୀଳନୟନା” ନିଶ୍ଚିତ ଭାବରେ ଓଡିଆ ଦର୍ଶକଙ୍କ ମନକୁ ଛୁଇଁବ ବୋଲି ଯୋର ଦେଇ କହିଛନ୍ତି ଫିଲ୍ମର ନିର୍ଦ୍ଦେଶକ ତ୍ରିପତୀ ସାହୁ l ଫିଲ୍ମର ସଂଳାପ ଡକ୍ଟର ରଜନୀ ରଞ୍ଜନ ଲେଖିଥିବା ବେଳେ ଫିଲ୍ମର ଗୀତ ଲେଖିଛନ୍ତି ବସନ୍ତରାଜ ସାମଲ ଓ ଏହାକୁ ସଙ୍ଗୀତରେ ସଜାଇଛନ୍ତି ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍ ଆନନ୍ଦ ଏବଂ ସ୍ବର ଦେଇଛନ୍ତି ହ୍ୟୁମାନ ସାଗର, ଦୀପ୍ତିରେଖା ପାଢୀ, ସ୍ୱୟଂ ପାଢୀ, ସୋହିନୀ ମିଶ୍ର, ଆଶୁତୋଷ ଓ ଅମ୍ରିତା ନାୟକ l ପ୍ରେମ, ପ୍ରଣୟ ଓ ଭଲପାଇବାର ସ୍ପର୍ଶରେ ପଥର କିପରି କୋମଳ ଫୁଲରେ ପରିବର୍ତ୍ତନ ହୁଏ ତାହା ଏହି ଫିଲ୍ମରେ ଦର୍ଶକ ଦେଖିବେ ବୋଲି କହିଛନ୍ତି ଫିଲ୍ମର ପୁରା ଟିମ୍ l ସ୍ବର୍ଗତଃ ପିଣ୍ଟୁ ନନ୍ଦଙ୍କ ବ୍ୟତୀତ ସମ୍ବିତ୍ ଆଚାର୍ଯ୍ୟ, ଲିପିକା ସେନାପତି, ପୃଥ୍ବୀରାଜ ନାୟକ, ପ୍ରତିଭା ପଣ୍ଡା, ଚୌଧୁରୀ ଜୟ ପ୍ରକାଶ ଦାସ, ବରଦା ତ୍ରିପାଠୀ, ନନସେନ୍ସ ମଣି, ଅମର ମହାପାତ୍ର, ଆଲିଶା, ଜ୍ୟୋତି ତ୍ରିପାଠୀ,ଜୀବନ ପଣ୍ଡା ଓ ଦେବଶ୍ରୀ ଏହି ଫିଲ୍ମରେ ଅଭିନୟ କରିଛନ୍ତି l ଓଡ଼ିଶାର ଅଗଣିତ ଚଳଚ୍ଚିତ୍ର ପ୍ରେମୀ ମାନଙ୍କ ଚାହିଦା ପୂରଣ ପାଇଁ ଖୁବ୍ ଶୀଘ୍ର ଆସୁଅଛି ଫିଲ୍ମ ‘ତୁ ସେଇ ନୀଳ ନୟନା’ ବୋଲି ଚଳଚ୍ଚିତ୍ର ର ପ୍ରଚାର ଓ ପ୍ରସାର ଦାୟିତ୍ବ ରେ ଥିବା ମିଡ଼ିଆ ପ୍ଲାନର କ୍ରିଏଟିଭ ହେଡ୍ ପ୍ରଣୟ ଜେଠୀ ସୂଚନା‌ ଦେଇଛନ୍ତି।

Spread the love