ମେଟ୍ରୋ ପ୍ରକଳ୍ପ ପ୍ରସଙ୍ଗ : ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଲେ, ୪-୫ଜଣ ବାବୁ ଆସି ଦେଖିଦେଇଗଲେ ମେଟ୍ରୋ ହୋଇଯାଏନି । ମାଟିର ଅନୁଧ୍ୟାନ କଲେ କଣ ମେଟ୍ରୋ ହୋଇଯାଏ ବୋଲି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହା ସହ ଷ୍ଟେସନ୍ ଆଗରେ ପାଣି ଜମୁଥିବା କଥା କହି ପରୋକ୍ଷରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାସହ ମେଟ୍ରୋ ନେଇ ରେଳ ମନ୍ତ୍ରାଳୟ ସହ ଓଡିଶା ସରକାର କୌଣସି ଆଲୋଚନା କରି ନଥିବା କହିଛନ୍ତି । ସେପଟେ ଏହାର ଜବାବ ରଖିଛନ୍ତି ବିଧାୟକ ଅନନ୍ତ ନାରାୟଣ ଜେନା । କହିଛନ୍ତି, ଭୁବନେଶ୍ୱରରେ ମେଟ୍ରୋ ପ୍ରକଳ୍ପ କାମ ଆରମ୍ଭ ହୋଇ ସାରିଛି । ଖୁବଶୀଘ୍ର ସାଧାରଣ ଲୋକ ଏହାର ସେବା ପାଇବେ ।

Spread the love