ନବ ଦାସଙ୍କ ବାସଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦିବଂଗତ ନେତା ନବ ଦାସଙ୍କ ବାସଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ସୁରେଶ ପୂଜାରୀ। ଝାରସୁଗୁଡ଼ା ସରବାହାଲ ସ୍ଥିତ ଘରେ ନବଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ । ଦୁଃଖ ସମୟରେ ଧୈର୍ଯ୍ୟ ଧରିବାକୁ କହିଛନ୍ତି ଧର୍ମେନ୍ଦ୍ର । ଗତ ଜାନୁଆରୀ ୨୯ ତାରିଖରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା । ମନ୍ତ୍ରୀ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ବ୍ରଜରାଜନଗର ଯିବା ସମୟରେ ତାଙ୍କୁ ଗୁଳି କରିଥିଲା ଅଭିଯୁକ୍ତ ପୋଲିସ ଏଏସ୍‌ଆଇ ଗୋପାଳ ଦାସ । ତେବେ ଗୋପାଳ ନବଙ୍କୁ ଗୁଳି କରିଥିବା ସ୍ବୀକାର କରିଥିଲେ ଏବଂ କାହିଁକି ସେ ଏହି କାଣ୍ଡ ଭିଆଇଲା ତାହା ଏ ଯାଏଁ ଜଣାପଡିନାହିଁ ।

Spread the love