ଶରତ କରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର, ୧୨/୧୦: ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ, ସାହିତ୍ୟକ ଶରତ କରଙ୍କ ଆଜି ଅପରାହ୍ନରେ ପରଲୋକ ଘଟିଛି। ୮୧ ବର୍ଷ ବୟସରେ ସେ ଦେହତ୍ୟାଗ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ସେ ଟ୍ଵିଟ୍ କରିଛନ୍ତି।

ସେ କହିଛନ୍ତି ଯେ, ବରିଷ୍ଠ ରାଜନେତା ତଥା ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ପ୍ରଖର ବାଗ୍ମୀ ଓ ସାହିତ୍ୟିକ ଶରତ କୁମାର କରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗରେ ରାଜ୍ୟ ରାଜନୀତି ଓ ସାହିତ୍ୟ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।

Spread the love