ପୂର୍ବତନ ସାଂସଦ ମୋହନଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଯାଜପୁର ଜିଲ୍ଲାର ପୂର୍ବତନ ସାଂସଦ ତଥା ବରିଷ୍ଠ ବିଜେପି ନେତା ମୋହନ ଜେନାଙ୍କ ପରଲୋକ ହୋଇଛି। ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଆମ ଦଳର ନେତା ତଥା ପୂର୍ବତନ ସାଂସଦ ମୋହନ ଜେନାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖୀତ ଓ ମର୍ମାହତ।

ଓଡ଼ିଶା ରାଜନୀତି କ୍ଷେତ୍ରରେ ସେ କରିଥିବା ବିକାଶମୂଳକ ଓ ଜନସେବା କାର୍ଯ୍ୟଗୁଡ଼ିକ ସର୍ବଦା ସ୍ମରଣୀୟ ହୋଇ ରହିବ। ଦିବଂଗତ ଆତ୍ମାର ସଦଗତି କାମନା କରିବାସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Spread the love