ଉତ୍କଳ ଦିବସରେ ଓଡ଼ିଆରେ ଟୁଇଟ୍ କରି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ଆଜି ପବିତ୍ର ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଆଉ ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଦେଶର ଅନେକ ବ୍ୟକ୍ତି ବିଶେଷ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, “ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା ।
ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା । #OdishaDay
— President of India (@rashtrapatibhvn) April 1, 2020
ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ। ଏହା ହିଁ ମୋର କାମନା।”
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଆରେ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ପ୍ରାର୍ଥନା କରିଛନ୍ତି।
ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା ।
Utkala Dibasa greetings to my sisters and brothers of Odisha. Praying for Odisha's constant progress and prosperity in the times to come.
— Narendra Modi (@narendramodi) April 1, 2020