ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କୁ କରୋନା

ନୂଆଦିଲ୍ଲୀ,୨୨/୦୧: ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କୁ କରୋନା । ରବିବାର ଉପରାଷ୍ଟ୍ରପତିଙ୍କ ଅଫିସିଆଲ ଟ୍ୱିଟର ହ୍ୟାଣ୍ଡେଲରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି । ଟ୍ୱିଟରେ କୁହାଯାଇଛି, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଚିହ୍ନଟ ହୋଇଛି। ସେ ବର୍ତ୍ତମାନ ହାଇଦ୍ରାବାଦରେ ଅଛନ୍ତି। କୋଭିଡ୍ ନିୟମର ଅନୁପାଳନ କରି ସେ ନିଜକୁ ଏକ ସପ୍ତାହ ଯାଏଁ ଆଇସୋଲେଟ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ଏହାସହ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ଟେଷ୍ଟ କରାଇ ନେବାକୁ ଅପିଲ କରିଛନ୍ତି।ପୂର୍ବରୁ ଆଜି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ହାଇଦ୍ରାବାଦରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୫ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି ଅବସରରେ ସେ ନେତାଜୀଙ୍କ ପରାକ୍ରମକୁ ମନେ ପକାଇଥିଲେ।

Spread the love