ଭିଜିଲାନ୍ସ ଜାଲରେ ସହକାରୀ ଜିଲ୍ଲାପାଳ

ରାଉରକେଲା ୦୮।୦୨: ସହକାରୀ ଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ୍ । ସହକାରୀ ଜିଲ୍ଲାପାଳ ମନୋରଞ୍ଜନ ନାୟକଙ୍କ ଘରେ  ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ରେଡ୍ ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି । ଏକାସାଙ୍ଗ ରାଉରକେଲା ଛେଣ୍ଡରେ ଦୁଇଟି ଘର, ଅଫିସ , ଭୁବନେଶ୍ୱର ସ୍ଥିତ ଘର, ପୈତୃକ ଘରକୁ ମିଶାଇ ମୋଟ ୭ ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ତେବେ  ଏବେ ଯାଏଁ କେତେ ଟଙ୍କାର ସମ୍ପତ୍ତି ଜବତ ହୋଇଛି । ସେନେଇ ବିଶେଷ ତଥ୍ୟ ମିଳିନାହିଁ ।

Spread the love