ଛତିଶଗଡ଼ର ରାଜ୍ୟପାଳ ଭାବେ ଶପଥ ନେଲେ ବିଶ୍ୱଭୂଷଣ ହରିଚନ୍ଦନ

ଛତିଶଗଡ଼ର ରାଜ୍ୟପାଳ ଭାବେ ଶପଥ ନେଲେ ବିଶ୍ୱଭୂଷଣ ହରିଚନ୍ଦନ। ଛତିଶଗଡ଼ର ନବମ ରାଜ୍ୟପାଳ ଭାବେ ରାଜଭବନରେ ଅନୁଷ୍ଠିତ ଶପଥ ସମାରୋହରେ ଶପଥ ନେଇଛନ୍ତି। ଛତିଶଗଡ଼ ହାଇକୋର୍ଟର ମୁଖ୍ୟ ବିଚାରପତି ଅରୁପ କୁମାର ଗୋସ୍ୱାମୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଶପଥ ସମାରୋହରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ବିରୋଧୀ ଦଳ ନେତା ନାରାୟଣ ଚଣ୍ଡେଲ, ରାଜ୍ୟ ମନ୍ତ୍ରିମଣ୍ଡଳ ସଦସ୍ୟ ଓ ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ। ୮୯ ବର୍ଷୀୟ ବିଶ୍ୱଭୂଷଣ ପୂର୍ବରୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି।

Spread the love