ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଜିର ବାତ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ ସ୍ଥଗିତ
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାତ୍ୟାଞ୍ଚଳ ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ହେଲିକପ୍ଟରରେ ସେ ବାତ୍ୟାଞ୍ଚଳ ବୁଲିବାର ଥିଲା। ତାଙ୍କ ସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯାଇଥାନ୍ତେ।
ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସଆସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ନେଇ ସମୀକ୍ଷା ବୈଠକ କରିବେ ବୋଲି ସୂଚନା ରହିଛି। ଏଥିରେ ବିଭିନ୍ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ। ଏଥିରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ।