ସଂକ୍ରମଣରୁ ନିଜକୁ ଓ ଅନ୍ୟକୁ ସୁରକ୍ଷିତ ରଖିବାକୁ ଆହ୍ଵାନ ଦେଲେ ମୁଖ୍ୟମନ୍ତ୍ରୀ

ସଂକ୍ରମଣରୁ ନିଜକୁ ଓ ଅନ୍ୟକୁ ସୁରକ୍ଷିତ ରଖିବାକୁ ଆହ୍ଵାନ ଦେଲେ ମୁଖ୍ୟମନ୍ତ୍ରୀ । ମାସ୍କ ପିନ୍ଧନ୍ତୁ ଓ ସୁରକ୍ଷିତ ରୁହନ୍ତୁ । କୋଭିଡ୍‌ ମହାମାରୀ ବିପଦ ଏଯାଏ ଟଳି ନାହିଁ । ନିଜକୁ ଓ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । କୋଭିଡ୍‌ ନେଇ ସଚେତନ ରହିବା ସହିତ ସୁରକ୍ଷିତ ହୁଅନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଗତକାଲି ୫୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଉ ଏହାକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ ରଥଯାତ୍ରା ସରିଥିବାରୁ ସଂକ୍ରମଣ ବଢ଼ିପାରେ । ରଥଯାତ୍ରା ସରିଥିବାରୁ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି ଜନସାଧାରଣ ତେଣୁ ତାହା ଉପରେ ନଜର ରଖାଯାଇଛି। କମ୍ୟୁନିଟିରେ ମଧ୍ୟ ପଜିଟିଭିଟି କେସ ରହିଛି ତେଣୁ ବିଭିନ୍ନ ଜିଲ୍ଲାରେ କଣ ପରିସ୍ଥିତି ରହୁଛି ତାକୁ ତର୍ଜମା କରାଯଉଛି। ଅନ୍ୟ ଲହର ପରି ସଂକ୍ରମଣ ବଢ଼ୁନାହିଁ ହେଲେ ଧୀରଗତିରେ ସଂକ୍ରମଣ ବଢୁଛି। ନିୟମ ମାନିବା ସହ ଯେଉଁମାନେ ଟିକା ନେଇନାହାନ୍ତି ତୁରନ୍ତ ଟିକା ନିଅନ୍ତୁ । କେତେ ବଢୁଛି, ବଢିବାର ଆକାର କଣ ଓ ଏହାର ଫାଟାଲିଟି କେତେ ଏହା ଉପରେ ଆମେ ସମ୍ପୂର୍ଣ୍ଣ ନଜର ରଖିଛୁ। ରାଜ୍ୟରେ ଏହି ଲହରରେ ପ୍ରଥମ କୋଭିଡ ଜନିତ ମୃତ୍ୟୁ ହୋଇଛି । ତେଣୁ ବେଶୀ ଆନୁସଙ୍ଗିକ ରୋଗ ଥିବା ଲୋକଙ୍କ କ୍ଷେତ୍ରରେ ଏହା ପ୍ରଭାବ ପକାଉଛି ତେଣୁ ସେମାନେ ସଚେତନ ରହିବା ନିହାତି ଆବଶ୍ୟକ।

Spread the love