୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ

ଭୁବନେଶ୍ୱର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଏହି ସମୟ ମଧ୍ୟରେ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ବର୍ତ୍ତମାନ ରାଜ୍ୟରେ ତାପମାତ୍ରା ସ୍ୱାଭାବିକ ଅବସ୍ଥାରେ ରହିଛି। ଏହି ସ୍ଥିତି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।ଗତ ୨୪ ଘଣ୍ଟାରେ ବଲାଙ୍ଗୀରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୫.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୩୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଏହି ଦୁଇ ସହର ବ୍ୟତୀତ ଅନ୍ୟ ୫ ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ ହୋଇଛି। ଅନ୍ୟପଟେ ଦକ୍ଷଣ ବଙ୍ଗୋପସାଗରରେ ରହିଥିବା ଲଘୁଚାପ ଘନୀଭୂତ ହୋଇ ୱେଲ୍‍ମାର୍କଡ ଲଘୁଚାପରେ ପରିଣତ ହୋଇଛି। ୩ ତାରିଖ ସୁଦ୍ଧା ଏହା ଅବପାତରେ ପରିଣତ ହୋଇ ଆଗକୁ ବଢ଼଼ିବ। ପରବର୍ତ୍ତି ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଶ୍ରୀଲଙ୍କା ଓ ତାମିଲନାଡ଼ୁ ଉପକୂଳରେ ପହଞ୍ଚିବ ବୋଲି ପାଣିପାଗ କେନ୍ଦ୍ର କହିଛି। ତେବେ ଏହି ଲଘୁଚାପ କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Spread the love