ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ, ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଆଣ୍ଡାମାନ ସାଗରକୁ ପ୍ରବେଶ କଲା ଘୂର୍ଣ୍ଣିବଳୟ । ଆସନ୍ତାକାଲି ଲଘୁଚାପ ସମ୍ଭାବନା । ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ଆସନ୍ତା ୨୩ ଅକ୍ଟୋବର ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଆଣ୍ଡାମାନ ସାଗର ଉପରେ ସୃଷ୍ଟି ହୋଇଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଥିବାରୁ ଏହି ଲଘୁଚାପ ସୃଷ୍ଟି ହେବାର ସ୍ଥିତି ରହିଛି । ପାଣିପାଗ ସୂଚନା ଅନୁଯାୟୀ, ଆଜି ୨୨ ଅକ୍ଟୋବର ସକାଳ ୫ଟା ୩୦ ମିନିଟ୍‌ ସମୟରେ ଉକ୍ତ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଦ୍ୱୀପପୁଞ୍ଜ ନିକଟରେ ଅବସ୍ଥିତ ଥିଲା । ଏହି ଘୂର୍ଣ୍ଣିବଳୟ ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ଏହାର ପ୍ରଭାବରେ ଆସନ୍ତା ୨୩ ଅକ୍ଟୋବରରେ ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।

Spread the love

Leave a Reply

Your email address will not be published. Required fields are marked *