ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ: ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆସନ୍ତାକାଲି ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଥିବାରୁ ଆପାତତଃ ଅପରାହ୍‌ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି ନିର୍ଧାରିତ ସମୟରେ ଦଇତାପତି ସେବକମାନଙ୍କ ଦ୍ବାରା ସମ୍ପାଦିତ ହେବ।

Spread the love