ଆସନ୍ତାକାଲି ବଲାଙ୍ଗିର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ, ୬ ଶହ କୋଟି ପ୍ରକଳ୍ପର କରିବେ ଶୀଳାନ୍ୟାସ

ଭୁବନେଶ୍ୱର, ୨୧/୦୯: ଆସନ୍ତାକାଲି ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବା ସହ ବଲାଙ୍ଗିରର ବିକାଶ ପାଇଁ ପ୍ରାୟ ୬ଶହ କୋଟି ଟଙ୍କା ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଏଥି ସହ ହରିଶଙ୍କର ଓ ନୃସିଂହନାଥ ରୁପାନ୍ତର ପ୍ରକଳ୍ପର ଶିଳାନ୍ୟାସ କରିବେ । ଆସନ୍ତା କାଲି ସ୍ବତନ୍ତ୍ର ବିମାନ ଯୋଗେ ତୁଷୁରା ଏୟାରଷ୍ଟ୍ରିପରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରୁ ଟିଟିଲାଗଡ଼ ମିନି ଷ୍ଟାଡିୟମ ଯାଇ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍‌ କାର୍ଡ଼ ବଣ୍ଟନ କରିବେ ।

ଏହା ପରେ ପାଟଣାଗଡ଼ରେ ବିଜୁ ସ୍ବାସ୍ଥ୍ୟ ହେଲଥ୍‌ କାର୍ଡ଼ ବଣ୍ଟନ ସହ ହରିଶଙ୍କର ଓ ନୃସିଂହନାଥ ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିବେ । ବଲାଙ୍ଗିର ଅତ୍ୟାଧୁନିକ ବସଷ୍ଟାଣ୍ଡ ଉଦ୍‌ଘାଟନ କରିବା ସହ ପାନୀୟ ଜଳ ଯୋଗାଣ, କୃଷି ଜଳସେଚନ ଭଳି ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସମସ୍ତ ପ୍ରସ୍ତୁତି କରିଛି ଜିଲ୍ଲା ପ୍ରଶାସନ ।

Spread the love