ଖୁବଶୀଘ୍ର ଦଣ୍ଡପାଇବେ ଦୋଷୀ- ଯୋଗୀ ଆଦିତ୍ୟନାଥ

ମୃତ୍ୟୁ ସହ ସଙ୍ଘର୍ଷ କରିବା ପରେ ଉନ୍ନାଓ ଦୁଷ୍କର୍ମ ପୀଡିତା ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକ ପ୍ରକାଶ କରିଛନ୍ତି। ଯୋଗୀ କହିଛନ୍ତି ଏହି ମାମଲାର ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ଓ ସମସ୍ତଙ୍କୁ ଫାଷ୍ଟ ଟ୍ରାକ କୋର୍ଟରେ ନିଆଯିବ ।

ଗତ ଗୁରୁବାର ବିଳମ୍ବିତ ରାତ୍ରୀରେ ଲକ୍ଷ୍ନୌର ସିଭିଲ ହସ୍ପିଟାଲରୁ ଏୟାରଲିପ୍ଟ କରି ସଫଦରଗଞ୍ଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ରାତ୍ରୀ 11ଟା 40 ରେ ଉନ୍ନାଓ ଦୁଷ୍କର୍ମ ପୀଡିତା ସଫଦରଗଞ୍ଜ ହସ୍ପିଟାଲରେ ପ୍ରାଣ ହରାଇଛନ୍ତି। ଦୀର୍ଘ 44 ଘଣ୍ଟା ଜୀବନ ମୃତ୍ୟୁ ସହ ସଙ୍ଘର୍ଷ କରିଥିବା ପୀଡିତା ଶେଷ ସମୟରେ ମଧ୍ୟ ନିଜ ପାଇଁ ନ୍ୟାୟ ଦାବି କରିଥିଲେ। ଉନ୍ନାଓ ଦୁଷ୍କର୍ମ ପୀଡିତାଙ୍କୁ ବଳାତ୍କାରୀମାନେ ପେଟ୍ରୋଲ ଢାଳି ଜଳାଇବାକୁ ଚେଷ୍ଟା କରିଥିଲେ। ଏଥିରେ ପୀଡିତାଙ୍କର 90 ପ୍ରତିଶତ ଶରୀର ଜଳି ଯାଇଥିଲା। ପୀଡିତାଙ୍କ ଦେହରେ ନିଆଁ ଲାଗିବା ପରେ ପାଖାପାଖି 1 କିମି ଯାଏଁ ସାହାଯ୍ୟ ମାଗିବାକୁ ଦୌଡିଥିଲେ। ଏପରିକି ପୀଡିତା ନିଜେ 112 ରେ ଫୋନ କରି ପୋଲିସକୁ ସମସ୍ତ ଘଟଣାକ୍ରମ ବଖାଣିଥିଲେ। ଏହାପରେ ପୋଲିସ ଟିମ୍ ଆମ୍ଵୁଲାନ୍ସ ସହ ଘଟଣାସ୍ଥଳରେ ପହଁଚିଥିଲେ।

Spread the love