ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା, ଆଜି ସମସ୍ତ ସ୍କୁଲ୍ ବନ୍ଦ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା । ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ସମସ୍ତ ସ୍କୁଲ୍ ପାଇଁ ଛୁଟି ଘୋଷଣା କରିଛନ୍ତି। ଫଳରେ ଆଜି ମୟୂରଭଞ୍ଜ ଜିଲ୍ଲାରେ ସରକାରୀ ଓ ବେସରକାରୀ, ଉଭୟ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ରହିବ ।

ଅନ୍ୟପଟେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସବୁଠାରୁ ଅଧିକ ବର୍ଷାର ଆଶଙ୍କା ମୟୂରଭଞ୍ଜ ଜିଲ୍ଲାରେ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ମୟୂରଭଞ୍ଜକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏଭଳି ସମୟରେ ରାସ୍ତାଘାଟରେ ପାଣି ଜମିବା ସହ ଯାତାୟାତରେ ସମସ୍ୟା ଉପୁଜିବାର ଆଶଙ୍କା ରହିଛି । ତେଣୁ ଛାତ୍ରଛାତ୍ରୀମାନଙ୍କୁ ବର୍ଷା ସମୟରେ ଅନାବଶ୍ୟକ ଭାବେ ବାହାରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ପରିସ୍ଥିତି ଉପରେ ଜିଲ୍ଲା ପ୍ରଶାସନ ନଜର ରଖିଛି ।

Spread the love

Leave a Reply

Your email address will not be published. Required fields are marked *