୨୪ରେ ମିଳିବ ସୁଭଦ୍ରା ଷଷ୍ଠ ପର୍ଯ୍ୟାୟ ଟଙ୍କା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର : ୨୪ରେ ମିଳିବ ସୁଭଦ୍ରା ଷଷ୍ଠ ପର୍ଯ୍ୟାୟ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ପୁରୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମିଳିବ ଟଙ୍କା ।
ସେ ଆହୁରି କହିଛନ୍ତି ଯେ, ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳାଙ୍କୁ ମିଳିବ ଟଙ୍କା । ୧ ଲକ୍ଷ ୭୦ ହଜାର ପାଇବେ ୨ଟି କିସ୍ତିର ଟଙ୍କା ଅର୍ଥାତ ଦୁଇଟି କିସ୍ତିର ଟଙ୍କା ୫-୫ ହଜାର୧୦ ହଜାର ଟଙ୍କା ପାଇବେ ଏହି ମହିଳା । ପ୍ରଭାତୀଙ୍କ ଏହି ଘୋଷଣା ପରେ ଏବେ ପୁଣି ଥରେ ସୁଭଦ୍ରା ଆବେଦନକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।
ମାର୍ଚ୍ଚରେ ରାଜ୍ୟରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ହେଲେ ଅନେକଙ୍କ କୌଣସି କାରଣ ବଶତଃ ଆକାଉଣ୍ଟକୁ ଟଙ୍କା ଆସିନଥିଲା । କିନ୍ତୁ ସେମାନେ ଏବେ ଆଦୌ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ । କାରଣ ପୁଣି ଥରେ ଏହି ମାସରେ ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଆସିବାକୁ ଯାଉଛି ।